ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା
କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଲରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଚାରି ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
Comments are closed.