ଲଘୁଚାପ ପ୍ରଭାବରେ ପ୍ରବଳ ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ କଳାହାଣ୍ଡି, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିରେ ଆସନ୍ତାକାଲି ପର୍ଯ୍ୟନ୍ତ ୮ ଜିଲ୍ଲା ଲାଗି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଂଜାମ।

Comments are closed.