ବାଡ଼ିବାରି ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ – ଶିକ୍ଷକ ସଂଘ ବୈଠକ
ନୂଆଗାଁ(ପୁଷ୍ପଲତା ପ୍ରଧାନ) : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ବାଡି ବାରି ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ – ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ବିଡ଼ିଓ ପ୍ରମୋଦ କୁମାର ନାୟକ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କ ସର୍ବାଙ୍ଗୀନ ଉନ୍ନତି ଏବଂ ବିଦ୍ୟାଳୟ ପ୍ରତି ଅଭିଭାବକ ଓ ଶିକ୍ଷକ ମାନଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଡବ୍ଲୁ. ଇ.ଓ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ଶିକ୍ଷା କମିଟି ସଭାପତି ,ସହକାରୀ ଶିକ୍ଷକ,ଏବଂ ଛାତ୍ର ଛାତ୍ରୀ ମାନଙ୍କ ଅଭିଭାବକ ମାନେ ଉପସ୍ଥିତ ଥିଲେ।
Comments are closed.