ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସ୍ବାଗତ , ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ନୂଆଗାଁ(ପୁଷ୍ପଲତା ପ୍ରଧାନ) : ନୟାଗଡ ଜିଲ୍ଲା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସ୍ବାଗତ,ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,୧୭ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ନୂଆଗାଁ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ଶାସମଲ୍ ପ୍ରମୁଖ ଯୋଗ ଦେଇଥିଲେ।ଶିକ୍ଷା ବିଭାଗର ଅଧ୍ୟାପକ ଜୟକୃଷ୍ଣ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅର୍ଥନୀତି ବିଭାଗର ଅଧ୍ୟାପିକା ମଧୁଲତା ପଟ୍ଟନାୟକ ଅତିଥି ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ବେଳେ ସମସ୍ୟା ଦୂରୀ କରଣ ଉପରେ ଗୁରୁତ୍ୱାରୋପ କରାଯିବ ବୋଲି ନବ ନିର୍ବାଚିତ ପ୍ରତିନିଧି ମାନେ କହିଥିଲେ।ଏହି କାର୍ଯ୍ୟକ୍ରମ ରେ ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,ସମାଜ ସେବୀ ଶଙ୍କର୍ଷଣ ବେହେରା ଏବଂ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ବିପୁଳ ସ୍ବାଗତ ,ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

Comments are closed.