ନୂଆଗାଁ ବ୍ଲକ ର ଛାତ୍ର ଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା

ନୂଆଗାଁ(ପୁଷ୍ପଲତା ପ୍ରଧାନ) : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ର ଛାତ୍ର ଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା। ଗତକାଲି ପ୍ରଥମ ଦିନ ଇଂରାଜୀ ପରୀକ୍ଷାରେ ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ୨୪୦ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୨୦୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ। ସେହିଭଳି ମହିପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୨୮୨ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୨୬୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ।ମାଟ୍ରିକ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ର ଛାତ୍ରୀଙ୍କୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଶୁଭେଚ୍ଛା ଜଣାଇଛନ୍ତି । ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀଙ୍କୁ ମାସ୍କ ବଣ୍ଟନ କରିଥିବା ବେଳେ ସାଂସଦଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ ଛାତ୍ର ଛାତ୍ରୀ ମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଥିଲେ ।

Comments are closed.