ବର୍ଷା ନେଇ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । କେଉଁଠି ଭାରୀ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଝାଡଖଣ୍ଡ ଓ ଗାଙ୍ଗେୟ ଉପତ୍ୟାକା ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆହୁରି ୨ ଦିନ ହେବ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ବର୍ଷା ସତର୍କତା ଜାରି ହୋଇଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଯାଜପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି।

Comments are closed.