ମେଣ୍ଟ ଇଣ୍ଡିଆ ପ୍ରଥମ ରାଲି ହେବ ଭୋପାଳରେ

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଶେଷ ଆଡକୁ ଥିବା ୫ ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ବିରୋଧ ମେଣ୍ଟ ଇଣ୍ଡିଆର ନଜର । ଏଥିପାଇଁ ମଧ୍ୟପ୍ରଦେଶର ଭୋପାଳରେ ଇଣ୍ଡିଆର ପ୍ରଥମ ରାଲି ହେବ । ଏହି ରାଲି ଅକ୍ଟୋବର ମାସର ପ୍ରଥମ ସପ୍ତାହରେ ହେବ । ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ସମନ୍ୱୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଅର୍ଥାତ ଏଥିରୁ ସ୍ପଷ୍ଟ ଯେ, ପ୍ରଥମ ବିଧାନସଭା ନିର୍ବାଚନକୁ ଟାର୍ଗେଟ କରିଛି ଇଣ୍ଡିଆ ମେଣ୍ଟ ।

ଏନସିପିର ବରିଷ୍ଠ ନେତା ଶରଦ ପାୱାରଙ୍କ ଦିଲ୍ଲୀ ଘରେ ଏହି ବୈଠକ ବସିଥିଲା । ଏଥିରେ ଆସନ ଭାଗବଣ୍ଟା ନେଇ ଆଲୋଚନା ହୋଇଛି । ବୈଠକ ପରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏକ ମିଳିତ ବୟାନ ଜାରି କରାଯାଇଛି । ଏଥିରେ କୁହାଯାଇଛି, ବୈଠକରେ ୧୨ଟି ଦଳର ପ୍ରତିନିଧି ସାମିଲ ହୋଇଥିଲେ । କମିଟି ଆସନ ଭାଗବଣ୍ଟା ନେଇ ଆଲୋଚନା ଆରମ୍ଭ କରିଦେଇଛି । ଆଲୋଚନା କରାଯାଇ ଖୁବଶୀଘ୍ର ଏ ବାବଦରେ ନିଷ୍ପତ୍ତି ନିଆଯିବ ।

Comments are closed.