ବିବାହ କରିବେ ବିଧାୟକ

ଜଗତସିଂହପୁର : ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ବିବାଦରୁ ସଂପୂର୍ଣ୍ଣ ମୁକ୍ତି ପାଇନଥିବା ବେଳେ ବିବାହ ପାଇଁ କୋର୍ଟରେ ଆବେଦନ କରିଛନ୍ତି ତିର୍ତ୍ତୋଲ ବିଧାୟକ । ବିଜୟ ଶଙ୍କର ଦାସ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ କଟକ ସଵ ରେଜିଷ୍ଟ୍ରାରଙ୍କ ନିକଟରେ ଆବେଦନ କରିଛନ୍ତି । ଯେଉଁ ଯୁବତୀଙ୍କ ସହ ତାଙ୍କ ନୂଆ ପ୍ରେମ ଗଢି ଉଠିଥିବା ନେଇ ଚର୍ଚ୍ଚା ହେଉଥିଲା ସେହି ଯୁବତୀଙ୍କ ସହିତ ବିବାହ ପାଇଁ ଆବେଦନ କରିଥିବା ଚର୍ଚ୍ଚା ହେଉଛି।

ତେବେ ଏ ନେଇ କଟକ ସଵ ରେଜିଷ୍ଟ୍ରାରଙ୍କ ପକ୍ଷରୁ କୌଣସି ସ୍ପଷ୍ଟ କରାଯାଇ ନାହିଁ। ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ଏହି ଯୁବତୀଙ୍କ ସହ ବିଜୟ ଶଙ୍କରଙ୍କ ସମ୍ପର୍କ ନେଇ ଅନେକ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି । ସେମାନଙ୍କ ସମ୍ପର୍କକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟ ଜୋର ଧରିଥିଲା। ଥାନା ଠାରୁ ଆରମ୍ଭ କରି କୋର୍ଟ ପର୍ଯ୍ୟନ୍ତ ମାମଲା ପହଁଚିଥିଲା। ସୋମାଲିକାଙ୍କ ଅଭିଯୋଗ ବିଜୟ ଶଙ୍କରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରି ରଖିଛି। ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟ ଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ବିଜୟ ଶଙ୍କର କ୍ଲିନଚିଟ୍ ପାଇ ନାହାନ୍ତି । ଏଭଳି ସ୍ଥିତିରେ ବିଜୟ ଶଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଆବେଦନ କରିଛନ୍ତି । ପୁଣି ବିବାହ ପାଇଁ ଆବେଦନ ବିଜୟ ଶଙ୍କରଙ୍କ ପାଇଁ ଆଗକୁ ଅଡ଼ୁଆ ସୃଷ୍ଟି କରିବ କି ନାହିଁ ତାହା ଦେଖିବାକୁ ବାକି ରହିଲା ।

Comments are closed.