କାଲି ସମ୍ବଲପୁର ଆସିଲେ ମୋଦି

ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି।

ସେହିପରି ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ

Comments are closed.