ଆଜି ଓଡିଶା ଆସିବେ ମୋଦୀ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଦିନିକିଆ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୋଦି ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ।

ପ୍ରଧାନମନ୍ତ୍ରୀ ମୋଦି ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ। ମୋଦିଙ୍କ ଗସ୍ତ ପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି।

ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆଜି ଦିନ ୧ଟା ୧୫ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦିନ ଗୋଟାଏ ୪୫ରେ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ।

Comments are closed.