ଗୋଟାଏ ମଞ୍ଚରେ ମୋଦି, ଶରତ

ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପୁଣେ ଗସ୍ତରେ ଯାଇଛନ୍ତି | ମିଳିଥିବା ସୂଚନା ମୁତାବକ ଆଜି ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଅଜିତ ପାୱାରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱାଗତ କରିଥିଲେ | ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣେର ଦାଗଦୁଶେଠ ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ | ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଶରଦ ପାୱାର ମଧ୍ୟ ନଜର ଆସିଥିଲେ | ଉଭୟ ନେତା ବେଶ କିଛି ସମୟ ପାଇଁ ହାଲକା ମୂଡ଼ରେ ପରସ୍ପର ସହ କଥା ହୋଇଥିଲେ | ଉଲ୍ଲେଖ ଥାଉ କି ଚଲିତବର୍ଷ ପ୍ରଧାନମନ୍ତ୍ରୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ ।

ଲୋକମାନ୍ୟ ତିଲକଙ୍କ ଉତ୍ତରାଧିକାରୀଙ୍କୁ ସମ୍ମାନ ଜଣାଇବା ପାଇଁ ୧୯୮୩ ମସିହାରେ ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ଦ୍ୱାରା ଏହି ପୁରସ୍କାର ଗଠନ କରାଯାଇଥିଲା । ଜାତିର ପ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ ଭାବରେ କାର୍ଯ୍ୟ କରିଥିବା ଏବଂ ଅବଦାନ ରଖିଥିବା ଲୋକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ଏହା ପ୍ରତିବର୍ଷ ଅଗଷ୍ଟ ୧ – ଲୋକମାନ୍ୟ ତିଲକଙ୍କ ମୃତ୍ୟୁ ବାର୍ଷିକୀରେ ପ୍ରଦାନ କରାଯାଏ । ପ୍ରଧାନମନ୍ତ୍ରୀ ପୁରସ୍କାରର ୪୧ତମ ଗ୍ରହଣକାରୀ ହେବେ । ଏହା ପୂର୍ବରୁ ଅନ୍ୟମାନଙ୍କ ମଧ୍ୟରେ ଡକ୍ଟର ଶଙ୍କର ଦୟାଲ ଶର୍ମା, ଶ୍ରୀ ପ୍ରଣବ ମୁଖାର୍ଜୀ, ଶ୍ରୀ ଅଟଳ ବିହାରୀ ବାଜପେୟୀ, ଶ୍ରୀମତୀ ଇନ୍ଦିରା ଗାନ୍ଧୀ, ଡକ୍ଟର ମନମୋହନ ସିଂହ, ଶ୍ରୀ ଏନ ଆର ନାରାୟଣ ମୁର୍ତ୍ତୀ, ଡକ୍ଟର ଇ ଶ୍ରୀଧରନ୍‌ଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

Comments are closed.