ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ। ହାଇକୋର୍ଟ ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ।

Comments are closed.