ସାରା ରାଜ୍ୟକୁ ସ୍ପର୍ଶ କଲା ମୌସୁମୀ ବାୟୁ

ଭୁବନେଶ୍ୱର : ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜୁନ୍‌ ୧୬ରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ଏବେ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଛି। ଯାହାଫଳରେ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.