ରାଜ୍ୟରୁ ଫେରି ଯିବ ମୌସୁମୀ

ଭୁବନେଶ୍ୱର : ଆସନ୍ତା ୨ରୁ ୩ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରି ଯାଇପାରେ । ରାଜ୍ୟର କିଛି ସ୍ଥାନରୁ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ହାଲୁକା ବର୍ଷା ହୋଇଛି । ୭ ଓ ୮ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼ ଜିଲ୍ଲାରେ କାଁ ଭାଁ ବର୍ଷାର ସମ୍ଭାବନା ରହିଛି । ବାକି ଅନ୍ୟ ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ ।

ସେହିପରି ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.