ନୂଆ ଖାଇରେ ମା ଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିଲାଗି ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଛି। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ଜଗତଜନନୀ ମାଆ ସମଲେଶ୍ବରୀଙ୍କଠାରେ ସେପ୍ଟେମ୍ବର ୨୦ ତାରିଖ ବୁଧବାର ପୂର୍ବାହ୍ନ ୧୦ଟା ୩୭ ମିନିଟ ସମୟରେ ଲାଗି ହୋଇଛି ନବାନ୍ନ। ଏହି ସମୟରେ ଢୋଲ, ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର।

ସେହିପରି ପାଟଣାଗଡ଼ରେ ମାଆ ପାଟଣେଶ୍ବରୀ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ ସୁରେଶ୍ବରୀଙ୍କ ଠାରେ ପୂର୍ବ ନିର୍ଧାରିତ ଲଗ୍ନ ଅନୁଯାୟୀ ନୂଆ ଚାଉଳରେ ପ୍ରସ୍ତୁତ ଭୋଗ ଲଗାଯାଉଛି। ସମସ୍ତ ସହର ଓ ଗାଁରେ ସେଠାକାର ଅଧିଷ୍ଠିତ ଦେବାଦେବୀଙ୍କୁ ପ୍ରଥମେ ନବାନ୍ନ ଭୋଗ ଲାଗି କରାଯାଉଛି। ଏହା ପରେ ପ୍ରତି ପରିବାରରେ ନିଜ ନିଜ ଇଷ୍ଟ ଦେବାଦେବୀଙ୍କୁ ନୂଆ ଭୋଗ ଲଗାଇବେ। ଚାଷୀମାନେ ନିଜ କ୍ଷେତକୁ ଯାଇ ପୂଜା କରିବେ। ଏହାପରେ ପରିବାରର ସବୁ ସଦସ୍ୟ ଏକାଠି ବସି ନୂଆଁ ଅନ୍ନ ଖାଇବେ।

Comments are closed.