ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ
ଗାନ୍ଧିନଗର : ଆଜିଠୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତକାଳରେ ଶନିବାର ଅର୍ଥାତ୍ ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ ପୁନଃନିର୍ମିତ କାଳିକା ମାତା ମନ୍ଦିର ଦର୍ଶନ କରି ଏହାର ଉଦ୍ଘାଟନ କରିବେ । ପରେ ଭିରାସତ ଭ୍ୟାନ ପରିଦର୍ଶନ କରିବେ । ଏହା ପରେ ଭଦୋଦରା ଠାରେ ଗୁଜରାର ଗୌରବ ଅଭିଯାନରେ ଅଂଶଗ୍ରହଣ କରି ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊଦ୍ଧର୍ବ ମୂଲ୍ୟର ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।
ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀମାନେ ଭଦୋଦରାରରେ ଗୁଜରାଟ ଗୌରବ ଅଭିଯାନରେ ଅଂଶ ଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ୧୬ ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିବେ । ଏଥିରେ ୩୫୭ କିଲୋମିଟର ଦୀର୍ଘ ନିଉ ପାଲାନପୁର- ମଦର ସେକ୍ସନର ରହିଥିବାବେଳେ, ୧୬୬ କିଲୋମିଟର ଦୀର୍ଘ ଅହମ୍ମଦାବାଦ- ବୋଟାଡ଼ ସେକ୍ସନର ରେଳପଥ ପ୍ରଶସ୍ତିକରଣ, ୮୧ କିଲୋମିଟର ଦୀର୍ଘ ପାଲାନପୁର-ମିଥା ସେକ୍ସନର ବିଦ୍ୟୁତକରଣ ଇତ୍ୟାଦି ରହିଛି ।
Comments are closed.