ଘଟଗାଁ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ନବୀନ

ଭୁବନେଶ୍ବର : କେନ୍ଦୁଝର ଜିଲା ଘଟଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ୧୨ଜଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସମସ୍ତ ମୃତାହତ ବ୍ୟକ୍ତି ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି।

Comments are closed.