ଯୁଧିଷ୍ଠିରଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ ଉନ୍ନତି ତଥା କଲ୍ୟାଣ ପାଇଁ ତାଙ୍କର ସମର୍ପିତ ଉଦ୍ୟମ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ଯୁଧିଷ୍ଠିର ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି

Comments are closed.