ନାମାଙ୍କନ ଭରିଲେ ନବୀନ

ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶୀର୍ବାଦ ଲୋଡିଥିଲେ। ଏହି ଅବସରରେ ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।

ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୦୦ରୁ ନବୀନ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି। ଚଳିତ ନିର୍ବାଚନରେ ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ’ ୨୦ରେ ହିଞ୍ଜିଳିରେ ମତଦାନ ହେବ।

 

 

 

 

Comments are closed.