ନବୀନଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର ଗ୍ରହଣ କରିଛନ୍ତି କାର୍ଯ୍ୟାନୁଷ୍ଠାନ। ୩ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ବାକି ୬ ଜଣଙ୍କର ପେନସନକୁ ସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ଏହି ୯ ଜଣଙ୍କ ମଧ୍ୟରେ ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର ଓ କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଅନ୍ତର୍ଭୁକ୍ତ।

କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେଣୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

Comments are closed.