ପିପିଲି ଉପନିର୍ବାଚନ ଆସିଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ରାଜନୀତି ତୀବ୍ର ହେବାରେ ଲାଗିଥିବା ବେଳେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିପାରିବେ । ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ତାରିଖ । ଏପ୍ରିଲ ୩ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଏପ୍ରିଲ ମାସ ୧୭ ତାରିଖରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ ।

ତେବେ ମେ ମାସ ୪ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବ । ପିପିଲି ନିମନ୍ତେ ୧.୧.୨୦୨୧କୁ ଯୋଗ୍ୟତା ତାରିଖ ଭାବେ ନେଇ ଚୂଡ଼ାନ୍ତ ଭୋଟର୍‌ ତାଲିକା ପ୍ରକାଶ ପାଇଛି । ମୋଟ୍‌ ୨,୨୯,୫୮୩ ଜଣ ଭୋଟର୍‌ ଏହି ତାଲିକାରେ ସ୍ଥାନ ପାଇଛନ୍ତି । ସେମାନଙ୍କ ମଧ୍ୟରୁ ୧,୧୯,୦୨୦ ଜଣ ପୁରୁଷ ଓ ୧,୨୦,୫୬୧ ଜଣ ମହିଳା । ମୋଟ୍‌ ୩୪୮ ବୁଥ୍‌ରେ ମତାଦାତାମାନେ ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ । ସମସ୍ତ ବୁଥ୍‌ରେ ଇଭିଏମ୍‌ ଓ ଭିଭିପ୍ୟାଟ୍‌ ବ୍ୟବହାର ହେବ । ଭୋଟର୍‌ମାନେ ମତଦାନ ପାଇଁ ୧୧ଟି ବିକଳ୍ପ ପରିଚୟ ପତ୍ର ଦେଖାଇ ପାରିବେ । ପିପିଲିର ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରଠାରୁ ଏହି ଆସନଟି ଖାଲି ପଡ଼ିଛି ।

Comments are closed.