ଓଡ଼ିଆ ହାଇକୋର୍ଟର ସପଥନେଲେ ନୂଆ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସଂଜୟ କୁମାର ମିଶ୍ର ଶପଥ ଗ୍ରହଣ କରିଛନ୍ତି। ଆଜି ହାଇକୋର୍ଟ ନୂଆ କନଫରେନ୍ସ ହଲ୍ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତିଙ୍କୁ ଶପଥପାଠ କରାଇଥିଲେ। ଗୃହ ବିଭାଗର ପ୍ରମୁଖ ସଚିବ ସଂଜୀବ ଚୋପ୍ରା ବିଚାରପତିଙ୍କ ନିଯୁକ୍ତି ସ˚ପର୍କିତ ଆଦେଶନାମା ପାଠ କରିଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ତ୍ରିପୁରା ହାଇକୋର୍ଟର ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିକୋର୍ଟ କଲେଜିଅମ୍ ସୁପାରିସ କରିଥିଲ। ଏହାପରେ ଏ ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ। ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ। ୨୦୧୩, ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ।
Comments are closed.