କାଲି ଓଡ଼ିଶା ଆସିବେ ଅମିତି ଶାହା

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅନ୍ୟ କାର୍ଯ୍ୟକ୍ରମରେ ବି ସାମିଲ ହେବେ । ଶାହଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।

ଏନେଇ ବିଜେପି ରାଜ୍ୟ ସଭାପତି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଆସନ୍ତାକାଲି ସନ୍ଧ୍ୟାରେ ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚି ରାତ୍ରି ଯାପନ କରିବେ। ୮ ତାରିଖ ଶ୍ରାବଣ ମାସ ଶେଷ ସୋମବାର ହୋଇଥିବାରୁ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ଅମୃତ ମହୋତ୍ସବ ଅବସରରେ ନେତାଜୀଙ୍କ ଜନ୍ମସ୍ଥାନ କଟକ ଯାଇ ତାଙ୍କ ଜନ୍ମପୀଠ ବୁଲିବେ। ସେଠାରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ପ୍ରଜାତନ୍ତ୍ରର ୭୫ ବର୍ଷ ପାଳନ ଅବସରରେ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Comments are closed.