ଶୀତର ପ୍ରକୋପରେ ଥରୁଛି ସାରା ଓଡିଶା । ପଶ୍ଚିମରୁ ଉପକୂଳ ହାଡ ଭଙ୍ଗା ଶୀତ ଅନୁଭୂତ ହେଉଛି । ଆହୁରି ୨ ଦିନ ପ୍ରବଳ ଶୀତ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଶୁକ୍ରବାର ଓ ଶନିବାର ଦୁଇଦିନ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତ୍ସିଂହପୁର ଏବଂ କେନ୍ଦ୍ରାପଡା ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୫ ଦିନ ୨୦ ତାରିଖ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍ସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର ଓ କନ୍ଧମାଳ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ ବୋଲି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୯ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ବେଳେ ଜି. ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ରାଉରକେଲାରେ ୬.୬ ଡିଗ୍ରୀ, ଫୁଲବାଣୀ ୭.୩ ଡିଗ୍ରୀ, ସେମିଳିଗୁଡା ୭.୮ ଡିଗ୍ରୀ, ଅନୁଗୋଳ ୮.୬ ଡିଗ୍ରୀ, ଢେଙ୍କାନାଳ ୮.୬ ଡିଗ୍ରୀ, କିରେଇ ୯.୩ ଡିଗ୍ରୀ ଏବଂ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରହିଥିଲା।
Comments are closed.