ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ । ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ପରୀକ୍ଷା । ଏଥିପାଇଁ ଓଡ଼ିଶା ସମେତ ୪ଟି ରାଜ୍ୟରେ ହୋଇଛି ୬୫ଟି ପରୀକ୍ଷା କେନ୍ଦ୍ର । ରାଜ୍ୟର ୩୦ଟି ଜିଲା ଛଡ଼ା ପଶ୍ଚିମବଙ୍ଗ, ବିହାର ଓ ଝାଡ଼ଖଣ୍ଡରେ ପରୀକ୍ଷା କେନ୍ଦ୍ର ହୋଇଛି । ୧୩ଟି ବିଭାଗରେ ଅଛନ୍ତି ମୋଟ ୫୭ ହଜାର ୯୧୮ ପରୀକ୍ଷାର୍ଥୀ । ଏଥର ମଧ୍ୟ କୋଭିଡ କଟକଣା ଭିତରେ ପରୀକ୍ଷା ହେଉଛି । ଦିନକୁ ୩ଟି ସିଟିଂରେ ପରୀକ୍ଷା ହେବ । ସକାଳ ୯ଟାରୁ ୧୧ଟା ପ୍ରଥମ ସିଟିଂ, ୧୨ଟା ୩୦ ରୁ ୨ଟା ୩୦ ଦ୍ୱିତୀୟ ସିଟିଂ ଓ ଅପରାହ୍ନ ୪ରୁ ୬ଟା ପର୍ୟ୍ୟନ୍ତ ହେବ ତୃତୀୟ ସିଟିଂ ପରୀକ୍ଷା ।

କମ୍ପ୍ୟୁଟର ଆଧାରିତ ପରୀକ୍ଷା ଯୋଗୁ ପରୀକ୍ଷାର୍ଥୀଙ୍କୁ ଦେଢ଼ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.