ଓଡ଼ିଶାରେ ପହଁଚିଲା ଓମିକ୍ରନ !!

ଭୁବନେଶ୍ୱର : କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ଏବେ ଓଡ଼ିଶାରେ ପହଂଚି ଯାଇଛି । କଟକରେ ଜଣେ ବିଦେଶ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି । ଏନେଇ ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇନଥିଲେ ମଧ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ତର୍ଜମା ଚାଲିଛି ଏବଂ ରିପୋର୍ଟକୁୁ ଅପେକ୍ଷା କରାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ୍ ରିସ୍କ ଦେଶରୁ ୧୫ଶହରୁ ଅଧିକ ଲୋକ ଆସିଲେଣି । ଯାହା ତଥ୍ୟ ଅଛି, ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ । ଦ୍ଵିତୀୟ ଲହରରେ ଯେଉଁ ଟ୍ରିଟମେଣ୍ଟ ଥିଲା, ଏବେ ବି ତାହା ରହିଛି । ଓମିକ୍ରନ ଯୋଗୁଁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ଆମର କ୍ଷମତା ରହିଛି । ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ । ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ୍, ଜରୁରୀ ଔଷଧ ମହଜୁଦ ରଖାଯାଉଛି । ନିୟମିତ ଏହାର ତର୍ଜମା କରାଯାଉଛି ଓ ପ୍ରସ୍ତୁତି ଚାଲିଛି । ରାଜ୍ୟର ସମସ୍ତ କୋଭିଡ୍ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.