୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ୨୫ ଓ ୨୬ ଦୁଇ ଦିନ ଧରି ବର୍ଷା ହେବ। ତା’ସହିତ ପବନ ଓ ବଜ୍ରପାତ ବି ହେବ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଆଧାରରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)।
ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟା, ଆଜି ଠାରୁ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ମଧ୍ୟ ବୋହିବ। ସେଥିପାଇଁ ଏହି ୬ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.