ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ ପହଞ୍ଚି ତାଙ୍କୁ ଧରି ବୋଲଗଡ ଥାନାରେ ଅଟକ ରଖିଛନ୍ତି।

ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଭୋଟିଂ ସମୟରେ ଇଭିଏମ୍‌ ଭାଙ୍ଗିଛନ୍ତି। ପ୍ରିଜାଇଡିଂ ଓ ପୋଲିଂ ଅଫିସରଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି । ହିଂସାକାଣ୍ଡ ପରେ ଅପରାଜିତାଙ୍କ ଗାଡ଼ିରେ ବସି ଫେରାର ହୋଇଯାଇଥିଲେ, ଅଧା ବାଟରେ ପୋଲିସ ମାଡ଼ି ବସିଥିଲା। ଦୁଇଦିନ ତଳେ ଧମକ ଦେଇଥିଲେ ପ୍ରଶାନ୍ତ। ବେଗୁନିଆ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ସାହୁ ଏହାକୁ ଦୃଢ଼ ନିନ୍ଦା କରିଛନ୍ତି। କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ମତଦାନ ଚାଲିଥିବା ବେଳେ ବୁଥ୍‌ ଭିତରକୁ ପଶି ପୋଲିଂ ଅଧିକାରୀ ଓ ପ୍ରିଜାଇଡିଂ ଅଫିସରଙ୍କୁ ଗାଳିଗୁଲଜ, ଆକ୍ରମଣ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।

Comments are closed.