ଅବପାତର ରୂପ ନେବ ଲଘୁଚାପ: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଆସୁଛି ବଡ ବର୍ଷା। ଆଜିଠୁ ୩ ଦିନ ଭିଜିବ ସାରା ଓଡିଶା। ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି ଓ ଗଜପତି ଜିଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡା, ଗଞ୍ଜାମ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି।
କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ପହିଲା ଯାଏଁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ। ଏହି ସମୟରେ ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ସହିତ ହଠାତ୍ ବନ୍ୟା କିମ୍ବା ଭୂସ୍ଖଳନ ହେବାର ଆଶଙ୍କା ରହିଥିବାରୁ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ଚାଷବାସ କ୍ଷତି ହେବାର ଆଶଙ୍କା ରହିଛି।