୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରୁଟ ଲାଇନଠାରୁ ଆରମ୍ଭ କରି କାରକେଡ, ଟ୍ରାଫିକ ଓ ପାକିଂ ପାଇଁ ବ୍ୟବସ୍ଥା ହୋଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

Comments are closed.