ଆଜି ବାଜପେୟୀଙ୍କ ପୁଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବାଜପେୟୀଙ୍କ ନେତୃତ୍ବରେ ଭାରତ ଖୁବ୍‌ ଉପକୃତ ହୋଇଛି ବୋଲି ଆଜି ‘ବିଜେପି’ ନେତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ କହିଛନ୍ତି।

ଆଜି ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ସ୍ମାରକୀସ୍ଥଳ ‘ସଦୈବ ଅଟଳ’ରେ ଆୟୋଜିତ ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ କେନ୍ଦ୍ର କ୍ୟାବିନେଟ୍‌ର ଅନେକ ମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଯୋଗ ଦେଇଥିଲେ।

ବାଜପେୟୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରଧାନମନ୍ତ୍ରୀ ମ‌ୋଦୀ କହିଲେ, ଭାରତର ଅଗ୍ରଗତିକୁ ପ୍ରୋତ୍ସାହିତ କରି ବ୍ୟାପକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ଘେନିଯିବାରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

ଅତୁଳନୀୟ ଅଟଳଜୀଙ୍କ ପୂଣ୍ୟତିଥିରେ ଭାରତର ୧୪୦ କୋଟି ଜନତାଙ୍କ ସହିତ ମିଶି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି।

Comments are closed.