ଆଜି ପ୍ରଭୁଙ୍କ ସୁନାବେଶ
ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।
ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଅନ୍ୟାନ୍ୟ ନୀତିକାନ୍ତି ପରେ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ରାତି ୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ଦର୍ଶନ କରିପାରିବେ। ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ଦର୍ଶନ ପାଇଁ ମଧ୍ୟ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା ପରିଚାଳନା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
Comments are closed.