ପୁରୀ ପରିକ୍ରମା ପ୍ରକଳ୍ପ ବୁଲିଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ବର: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠର ପୁନରୁଦ୍ଧାର କାମ କରିବା ପାଇଁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।

ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଏବଂ ଗୁଳ୍ମ ଲଗାଇବାକୁ ପାଣ୍ଡିଆନ ଅଧିକାରୀଙ୍କୁ କହିଛନ୍ତି। ଏତଦବ୍ୟତୀତ ମେଘନାଦ ପାଚେରି ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି।

ଏପରିକି ସ୍ଥାନୀୟ ଲୋକଙ୍କ ସହ ସେବାୟତଙ୍କ ସୁବିଧା ପାଇଁ ପାର୍କିଂ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍‌ ବ୍ୟବସ୍ଥା କାମ ନର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।

Comments are closed.