ଶପଥ ନେଲେ ରଘୁବର ଦାସ

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ରଘୁବର ଦାସ। ହାଇକୋର୍ଟର ମୁଖ୍ୟ ବିଚାରପତି ରାଜଭବନରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀମଣ୍ଡଳର ସଦସ୍ୟ ବୃନ୍ଦ, ରାଜ୍ୟପାଳଙ୍କର ବନ୍ଧୁ ଓ ପରିବାର ବର୍ଗ ଉପସ୍ଥିତ ଥିଲେ।

ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ଆଜି ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ ରଘୁବର ଦାସ। ରାଜ୍ୟପାଳ ଲିଙ୍ଗରାଜଙ୍କ ସମେତ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ। ଗତକାଲି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ।

Comments are closed.