ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ସେହିପରି ଗୁରୁବାରଠାରୁ ପଶ୍ଚିମଓଡ଼ିଶାରେ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବା ସମ୍ଭାବନା ରହିଛି। ଦୁଇଦିନ ପାଗ ଶୁଖିଲା ରହିବା ପରେ ଆସନ୍ତା ୫ରୁ ୬ ତାରିଖରେ ପ୍ରାୟ ୨୨ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୋନପୁର, କନ୍ଧମାଳ, ବଲାଙ୍ଗିର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ସବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ତେବେ ସୋନପୁରରେ ସର୍ବାଧିକ ୪୪.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଥଇତ୍ବା ବେଳେ ବୌଦ୍ଧ ୪୩, ସମ୍ବଲପୁର ୪୩.୬, ବଲାଙ୍ଗୀର ୪୩.୪, ଟିଟିଲାଗଡ ୪୨.୬, ହୀରାକୁଦ ୪୨. ୧, ଭବାନୀପାଟଣା ୪୦.୫ ଏବଂ ନୂଆପଡାରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

Comments are closed.