୧୬ ରୁ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଓଡ଼ିଶାକୁ ଆସୁଛି ବଡ ବର୍ଷା ! ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୧୩ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଲଘୁଚାପ ରୂପନେବା ସମ୍ଭାବନା ରହିଛି । ପ୍ରଭାବରେ ୧୬ତାରିଖରୁ ରାଜ୍ୟରେ ବର୍ଷା ହେବ । ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ତାହା ପ୍ରଭାବରେ କେତେ ପରିମାଣର ବର୍ଷା ହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ । ଅନ୍ୟପଟେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ ।

Comments are closed.