୨୪ଘଣ୍ଟା ମଧ୍ୟରେ ବର୍ଷା ହେବାର ସତର୍କ ସୂଚନା

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ସହ ବିଜୁଳି ହେବାର ସତର୍କ ସୂଚନା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବା ସହିତ ଦକ୍ଷିଣ ଓଡ଼ିଶାର କିଛିସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Comments are closed.