ପବିତ୍ର ରଥଯାତ୍ରା ଉପଲକ୍ଷେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲିି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି। ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ।ଆଜି ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟ୍ୱିଟ୍‌ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହା ସହିତ ସେ ୧ ମିନିଟ୍ ୨୬ ସେକେଣ୍ଡର ଏକ ଭିଡିଓ ସେୟାର କରିଛନ୍ତି।

ବଡ଼ଠାକୁର ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ପରେ ଧାଡ଼ି ପହଣ୍ଡିରେ ଜଗତର ନାଥ ଜଗନ୍ନାଥ। ସକାଳ ୮.୫୫ରେ ଶ୍ରୀ ସୁଦର୍ଶନ ପହଣ୍ଡିରେ ଆସି ୯.୦୫ରେ ରଥାରୁଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ଆସି ୧୦.୩୫ରେ ରଥାରୂଢ଼ ହୋଇଥିବା ବେଳେ ମା’ ସୁଭଦ୍ରା ୧୦.୪୦ରେ ଶୂନ୍ୟ ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି। ଏବେ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିଛନ୍ତି। ମଧ୍ୟାହ୍ନ ୧୨ଟା ୩୦ରେ ରଥକୁ ରାମକୃଷ୍ଣ, ମଦନମୋହନ ବିଜେ ହେବେ। ଅପରାହ୍ନ ୨ ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ୪ଟା ସୁଦ୍ଧା ରଥଟଣା ଆରମ୍ଭ ହେବା ଲାଗି ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି।

Comments are closed.