ରଥଟଣାର ଡେମୋ ଦେଖାଇଲେ ପୋଲିସ ବାହିନୀ
ପୁରୀ: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଶୃଙ୍ଖଳିତ ରଥଯାତ୍ରା କରିବା ପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ମକଡ୍ରିଲ କରାଯାଉଛି । ରଥଟଣା କାର୍ଯ୍ୟ କିଭଳି ସୂଚାରୁରୂପେ ସମ୍ପାଦନ ହୋଇପାରିବ ତାହାର ଡେମୋ କରାଯାଉଛି ।
ରଥ ପୁଲିଂରେ ଯେଭଳି ଅସୁବିଧା ନହୁଏ ସେଥିପାଇଁ ପ୍ରଥମେ ତାଳଧ୍ଵଜ ରଥ, ଦ୍ବିତୀୟରେ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋଷ ରଥ ଟଣାଯାଏ ଅବିକଳ ସେହିଭଳି ତିନିରଥକୁ ପୁଲିସ ବାହିନୀ ଟାଣି ଡେମୋ ପ୍ରଦର୍ଶିତ କରିଛନ୍ତି ।
Comments are closed.