ବିଜେଡିରୁ ଇସ୍ତଫା ଦେଲେ ଅନୁଭବ

ସିନେ ତାରକାମାନେ ବିଜେଡି ଛାଡିବାରେ ଲାଗିଛନ୍ତି। ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକଙ୍କ ପରେ ଏବେ ଅଭିନେତା ତଥା କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି ମଧ୍ୟ ବିଜେଡି ଛାଡିଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଅନେକ ଦିନରୁ ସେ ବିଜେଡିରୁ ଇସ୍ତଫା ଦେବେ ବୋଲ ଚର୍ଚ୍ଚା ହେଉଥିଲା। ତେବେ ଏବେ ବିଜେଡିରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି।

୨୦୧୯ରେ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରୁ ଲଢି ଲୋକ ସଭାକୁ ମନୋନୀତ ହୋଇଥିଲେ ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି । କିନ୍ତୁ ପରେ ପରେ ପାରିବାରିକ ବିବାଦ କାରଣରୁ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହିଥିଲେ । ଦଳ ଭିତରେ କୋଣଠେସା ହେବା ନେଇ ଅସନ୍ତୁଷ୍ଟ ଥିଲେ ବୋଲି ଚର୍ଚ୍ଚା ହେଉଥିଲା ।

ଆଜି ଯାଜପୁର ଜିଲା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଗତ ଥର ଦଳ ତାଙ୍କୁ ଟିକେଟ ଦେଇ ନ ଥିଲା। ଏଥର ବି ଦଳ ତାଙ୍କୁ ଟିକେଟ ଦେଇନାହିଁ। ଏହି କାରଣରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି।

Comments are closed.