ଝଲସିବ ଝଙ୍କଡ଼ ପୀଠ

ଭୁବନେଶ୍ୱର: ଶାରଳା ମନ୍ଦିର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଶାରଳା ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟିର ବଜେଟ ବ୍ୟବସ୍ଥା । ବର୍ଷକରେ ସରିବ କାମ । ଯାହାକୁ ନେଇ ସେବାୟତଙ୍କ ମଧ୍ୟରେ ଉତ୍ସାହ ଓ ଆନନ୍ଦ ଦେଖିବାକୁ ମିଳିଛି । ନିକଟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଝଙ୍କଡ ପୀଠର ଉନ୍ନତି ପାଇଁ 5-ଟି ସଚିବ ଭି.କେ. ପାଣ୍ଡିଆନ ପୀଠ ପରିଦର୍ଶନ କରି ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ । ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ମନ୍ଦିରର ଉନ୍ନତିକରଣ କାମ ଆରମ୍ଭ କରିବା ପାଇଁ ଏହାକୁ ସମନ୍ବିତ ହେରିଟେଜ ବିକାଶ ଓ ମନ୍ୟୁମେଣ୍ଟ ଏବଂ ଟୁରିଷ୍ଟ ଡେଷ୍ଟିନେସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଆଜି ଭୁବନେଶ୍ବରରେ ଅନୁଷ୍ଠିତ ଏକ ବୈଠକରେ ଏହି ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପୂର୍ତ୍ତ ବିଭାଗ ଏ ସଂପର୍କରେ ମଡେଲ ଉପସ୍ଥାପନା କରାଯାଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏଥିରେ ମନ୍ଦିର ପରିସରରେ ଥିବା ମନ୍ଦିରମାନଙ୍କ ବିକାଶ ହେବ । ଏହା ସହିତ ପୁଷ୍କରଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ବାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରଯିବ ।

Comments are closed.