ଆଜି ଋକ୍ମଣୀ ହରଣ ଏକାଦଶୀ

ପୁରୀ : ଏକାଦଶୀ ତିଥିରେ ଆଜି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିବାହ ଉତ୍ସବ। ଆଜି ମଧ୍ୟ ଋକ୍ମଣୀ ହରଣ ଏକାଦଶୀ। ସେଥିପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ରହିଛି। ସକାଳଧୂପ ପୂଜ ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ।

ପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ। ଭୋଗ ମଣ୍ଡପ ଶେଷ ପରେ ମଦନ ମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ। ସନ୍ଧ୍ୟା ଧୂପ ନୀତି ବଢି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ।

Comments are closed.