ବଢୁଛି ତାତି ! ରାଜ୍ୟର ୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଗ୍ରୀଷ୍ମପ୍ରବାହ ଜାରି ରହିଛି । ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୧ ଜିଲ୍ଲା ଯଥା- ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ନୂଆପଡା, ବଲାଙ୍ଗିର, ଯାଜପୁର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱରକୁ ଆଲର୍ଟ ଜାରି ରହିଛି ।

ଏହିସବୁ ଜିଲ୍ଲାକୁ ୨ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ରୋଗାକ୍ରାନ୍ତ, ବୃଦ୍ଧ ଓ ଶିଶୁଙ୍କ ପ୍ରତି ବିଶେଷ ସତର୍କ ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି । ତେବେ ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି । ଏବେଠୁ ଏତେମାତ୍ରାରେ ଖରା ହେଲାଣି ଯେ ସକାଳ ସାଢେ ଦଶଟା ବେଳକୁ ବାହାରକୁ ବାହାରିବା କଷ୍ଟ ହୋଇପଡୁଛି ।

Comments are closed.