ଆହୁରି ୩ଦିନ କଲବଲ କରିବ ଗରମ

ଭୁବନେଶ୍ୱର: ରାଜ୍ୟରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ତିନି ଦିନ ଗରମ ଜାରି ରହିବା ସହ ଗୁଳୁଗୁଳି ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

ଆସନ୍ତା ୪ ତାରିଖରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବର୍ଷା ଯୋଗୁଁ ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରଯାଉଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏଁ ରାଜ୍ୟରେ ସ୍ୱାଭାବିକ ବର୍ଷା ହୋଇଛି। ୬ ଜିଲ୍ଲାରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।

ଗତକାଲି ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ପାଣିପାଗ ବିଭାଗ କହିଛି। ବୁଧବାର ୩୭.୨ ଡିଗ୍ରୀ ସହ ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଥିଲା ରାଜ୍ୟର ସବୁଠୁ ଉତପ୍ତ ସହର ହୋଇଛି।

Comments are closed.