ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣା ପୀଡ଼ିତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ସଂପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ

ଦେଇଛନ୍ତି।

 

Comments are closed.