ନିଶ୍ଚିତକୋଇଲି ବସ୍-ଟ୍ରକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିତକୋଇଲି ବସ୍-ଟ୍ରକ ମଧ୍ୟରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଥିଲେ । ଯେଉଁମାନଙ୍କ ମଧ୍ୟରେ ୨୦ ଜଣ ଗୁରୁତର ଆହତ ରହିଛନ୍ତି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଉକ୍ତ ଦୁର୍ଘଟଣାରେ ୩ ଜଣ ପ୍ରାଣ ହରାଇଛନ୍ତି । ଯେଉଁମାନଙ୍କ ମଧ୍ୟରେ ବସ୍ ଡ୍ରାଇଭର, ଟ୍ରକ୍ ଡ୍ରାଇଭର ଓ ଜଣେ ଯାତ୍ରୀ ରହିଛନ୍ତି ।

Comments are closed.