ଚାଷୀଙ୍କୁ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆଁଖାଇ ପାଇଁ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ‘କାଳିଆ’ ଉପହାର । ୨୦୨୩ ରବି ଫସଲ ପାଇଁ କୃଷକଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହାୟତା ପାଇଁ ୯୦୦ କୋଟି ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ହସ୍ତାନ୍ତର କରାଯାଇଛି । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାର ଉପକୃତ ହୋଇଛନ୍ତି ।

ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।

ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି।

ସେ ପୁଣି କହିଲେ ଯେ ଚାଷୀ ପରିବାର ର ପିଲାମାନେ doctor, engineer ହୋଇ, ଭଲ ଭଲ profession ରେ ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି। ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟ ମନ୍ତ୍ରୀ କହୁଥିଲେ।

Comments are closed.