ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି। ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ହେଉଥିବାବେଳେ ୨୨ ତାରିଖ ସୋମବାର ଏହା ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ଦିନ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ନୂଆ ସରକାର ଗଠନ ହେବା ପରେ ଜୁଲାଇ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତା’ର ସମାଧାନ କରୁଛନ୍ତି। ଏହି ସମୟରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ କେତେଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।
Comments are closed.