ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର,୨୦ ।୨: ତୃତୀୟ ଦିନ ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି । ଚାଷୀ ପ୍ରସଙ୍ଗକୁ ନେଇ ଉଭୟ ବିଜେପି ଓ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ । ପ୍ଲାକାର୍ଡ ଦେଖାଇ ଉଭୟ ଦଳ ବିଧାୟକଙ୍କ ନାରାବାଜି ଆରମ୍ଭ କରିଥିଲେ । ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

କିନ୍ତୁ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିବୃତି ରଖିଛନ୍ତି ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ କହିଛନ୍ତି ଯେ, ‘ ଗତବର୍ଷ ତୁଳନାରେ ଚଳିତବର୍ଷ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇଛି । ଚଳିତ ବର୍ଷ ୫୫.୦୩ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ହୋଇଛି । ଗତବର୍ଷ ତୁଳନାରେ ୪୫.୬୧ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ହୋଇଥିଲା । ମାର୍ଚ୍ଚ ୩୧ପର୍ଯ୍ୟନ୍ତ ଚାଷୀଙ୍କଠାରୁ ଧାନ କିଣାଯିବ ।’

Comments are closed.