ଆଜି ଦିନର ମହତ୍ତ୍ୱ
ମେଷ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ମିଥୁନ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।
କର୍କଟ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ।
ସିଂହ : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।
କନ୍ୟା : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।
ତୁଳା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।
ବିଛା: ଆଜିର ଦିନ ଅଶୁଭ ରହିଛି। ଆପଣଙ୍କ ବିରୋଧରେ ନିଜ ଲୋକ ମନ୍ଦ ବିଚାର କରିବେ। ଗୁପ୍ତ ଶତ୍ରୁଙ୍କ ଷଡଯନ୍ତ୍ରର ଶିକାର ହେବେ। ସ୍ୱଭାବ ଦ୍ୱାରା ଅନେକ ଆକର୍ଷିତ କରିବେ। ସତର୍କତା ଅବଲମ୍ବନ କରିବେ। ଶତ୍ରୁ ଦମନ କରିବେ।
ଧନୁ: ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୁପ୍ତ ବୈଠକ କରିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।
ମକର : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ।
କୁମ୍ଭ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ମୀନ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
Comments are closed.